ଭୁବନେଶ୍ୱର,୦୫/୧୧/୨୦୨୬(ଓଡ଼ିଶା ସମାଚାର)- ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ରୁପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଅଶ୍ୱଥୀ ଏସ୍ଙ୍କର ବଦଳି ହୋଇଛି। ଅଶ୍ୱଥୀ ଏସ୍ଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ସ୍ଥାନରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଥିବା ଗିରିଶ ଏସ୍ଏନ୍ଙ୍କୁ ଦାୟିତ୍ୱ ମିଳିଛି।
ଏଥିସହ ସେ ସିଟି ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସେହିପରି ଏଫ୍ଡିସି ଅଧ୍ୟକ୍ଷ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଓଏସ୍ଡି (OSD) ଭାବେ ନିଯୁକ୍ତି ଦିଆଯାଇଛି।
