ରାଜ୍ୟ  କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସଂପର୍କରେ ପ୍ରେସ୍ ବିବୃତ୍ତି

ଭୁବନେଶ୍ୱର, ୧୬/୦୨/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ତା.୧୨.୦୨.୨୦୨୪  ରିଖରେ ରାଜ୍ୟ କ୍ୟାବିନେଟର ୭୩ ତମ ବୈଠକ  ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକରେ  ନିଷ୍ପତ୍ତି ସଂପର୍କରେ ମାନ୍ୟବର ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କ୍ୟାବିନେଟରେ  ପାରିତ ହୋଇଥିବା ବିଭିନ୍ନ ପ୍ରସ୍ତାବ ସଂପର୍କରେ ବିଶଦ ସୂଚନା ଦେଇଥିଲେ ।

ଆଜିର କ୍ୟାବିନେଟ ବୈଠକରେ ୧୦ ଟି ବିଭିନ୍ନ ବିଭାଗ ର ୧୨ ଟି ପ୍ରସ୍ତାବ ଆଗତ କରାଯାଇଥିଲା ବେଳେ ସମସ୍ତ ପ୍ରସ୍ତାବ ପାରିତ  ହୋଇଛି ।

 ଅନୁଷ୍ଠିତ ପ୍ରେସ ବିବୃତ୍ତି ସମୟରେ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢ଼ୀ, କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର. କାର୍ତ୍ତିକେୟନ, କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ, କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ମଧ୍ୟ ଉପସ୍ଥିତ ରହି ସମ୍ପୃକ୍ତ ବିଭାଗୀୟ ଏଜେଣ୍ଡା ସମ୍ପର୍କ ରେ ପ୍ରେସ ବିବୃତ୍ତି ଦେଇଥିଲେ ।

 

 

Leave a Reply

Your email address will not be published. Required fields are marked *