ଜଗତସିଂହପୁର, ୧୩/୧୧/୨୦୨୬(ଓଡ଼ିଶା ସମାଚାର) –ଆଜି ପୂର୍ବାହ୍ନ ରେ ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଆୟୋଜିତ ହୋଇଯାଇଛି। ଜିଲ୍ଲାର ୪ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ମହାବିଦ୍ୟାଳୟ ରୁ କୃତୀ ପ୍ରତିଯୋଗୀ ମାନେ ଆସି ଏହି ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ନିର୍ବାଚନ ସମ୍ପର୍କିତ ସଚେତନତା, ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ମତଦାନର ଗୁରୁତ୍ୱ ସମ୍ପର୍କରେ ଜ୍ଞାନ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏହି କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।ଓଡ଼ିଆ ପ୍ରବନ୍ଧ ର ବିଷୟବସ୍ତୁ ଥିଲା “ଶୁଦ୍ଧ ଭୋଟର ତାଲିକା ଓ ସଠିକ ମତଦାନ” ଏବଂ ଇଂରାଜୀ ପ୍ରବନ୍ଧ ର ବିଷୟବସ୍ତୁ ଥିଲା “Pure Electoral roll and proper voting”.
ପ୍ରତିଯୋଗିତା ପରେ ୧୦୧ ପାରାଦ୍ଵୀପ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ପାରାଦ୍ଵୀପ ଶ୍ରୀ ନିରଞ୍ଜନ ବେହେରା, ୧୦୩ ବାଲିକୁଦା – ଏରସମା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଓ ୧୦୪ ଜଗତସିଂହପୁର ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଏହି ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀ ମାନେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।
ଏହି ପଦକ୍ଷେପର ମୂଳ ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କ ମଧ୍ୟରେ ନିର୍ବାଚନୀ ସାକ୍ଷରତା ବୃଦ୍ଧି କରିବା ସହିତ ସେମାନଙ୍କୁ ଜଣେ ସଚେତନ, ଦାୟିତ୍ୱବାନ ଓ ସକ୍ରିୟ ନାଗରିକ ଭାବେ ଗଢ଼ି ତୋଳିବା।
ଡେପୁଟି କଲେକ୍ଟର ଶ୍ରୀମତୀ ତୃପ୍ତିମୟୀ ପ୍ରଧାନ, ଡେପୁଟି କଲେକ୍ଟର ଶ୍ରୀମତୀ କୁଞ୍ଚିତା ସାମଲ, ଡେପୁଟି କଲେକ୍ଟର ମନୋଜ କୁମାର ସାହୁ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ କେଶବ ମେହେର କାର୍ଯ୍ୟକ୍ରମ ପରିଚାଲନା କରିଥିବା ବେଳେ ଜିଲ୍ଲା ନିର୍ଵାଚନ ବିଭାଗ ଓ ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
-0-
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
