ଜଗତସିଂହପୁର, ୧୭/୧୧/୨୦୨୬(ଓଡ଼ିଶା ସମାଚାର) –ଆଜି ପୂର୍ବାହ୍ନ ରେ ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଆୟୋଜିତ ହୋଇଯାଇଛି। ଜିଲ୍ଲାର ୪ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ମହାବିଦ୍ୟାଳୟ ରୁ କୃତୀ ପ୍ରତିଯୋଗୀ ମାନେ ଆସି ଏହି ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ନିର୍ବାଚନ ସମ୍ପର୍କିତ ସଚେତନତା, ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ମତଦାନର ଗୁରୁତ୍ୱ ସମ୍ପର୍କରେ ଜ୍ଞାନ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏହି କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।ଓଡ଼ିଆ ପ୍ରବନ୍ଧ ର ବିଷୟବସ୍ତୁ ଥିଲା “ସଚେତନ ମତଦାତା ସଶକ୍ତ ଗଣତନ୍ତ୍ର” ଏବଂ ଇଂରାଜୀ ପ୍ରବନ୍ଧ ର ବିଷୟବସ୍ତୁ ଥିଲା “Informed voting, strong democracy”.
ପ୍ରତିଯୋଗିତା ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ପ୍ରତିବର୍ଗ ରେଶ୍ରେଷ୍ଠ ୧୦ ଜଣ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ।
ଏହି ପଦକ୍ଷେପର ମୂଳ ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କ ମଧ୍ୟରେ ନିର୍ବାଚନୀ ସାକ୍ଷରତା ବୃଦ୍ଧି କରିବା ସହିତ ସେମାନଙ୍କୁ ଜଣେ ସଚେତନ, ଦାୟିତ୍ୱବାନ ଓ ସକ୍ରିୟ ନାଗରିକ ଭାବେ ଗଢ଼ି ତୋଳିବା।
ଡେପୁଟି କଲେକ୍ଟର ଶ୍ରୀମତୀ ତୃପ୍ତିମୟୀ ପ୍ରଧାନ, ଡେପୁଟି କଲେକ୍ଟର ଶ୍ରୀମତୀ କୁଞ୍ଚିତା ସାମଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ କେଶବ ମେହେର କାର୍ଯ୍ୟକ୍ରମ ପରିଚାଲନା କରିଥିବା ବେଳେ ଜିଲ୍ଲା ନିର୍ଵାଚନ ବିଭାଗ ଓ ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
-0-
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
