ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର,୧୭/୧୧/୨୦୨୬(ଓଡ଼ିଶା ସମାଚାର) – ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପିଛିଲା ଭାବେ ୨୦୨୬ ଜୁଲାଇରୁ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନସନରେ ପାଇବେ। ପ୍ରାୟ ୮.୫ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

 

Leave a Reply

Your email address will not be published. Required fields are marked *