ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ୪ ଦିନ ଦର୍ଶନ ବନ୍ଦ

ଭୁବନେଶ୍ୱର ୧୯/୧୧/୨୦୨୬(ଓଡ଼ିଶା ସମାଚାର) –  ମାଡି ଆସୁଛି ଅକବାନ। ବାତ୍ୟା ଓଡିଶା ମୁହାଁ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ନେଇ ସ୍ପଷ୍ଟ କରିଛନ୍ତି । ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟ। ନରସାପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବା ସମ୍ଭାବନା ରହିଛି। ବିଶେଷ କରି କଳିଙ୍ଗପଟନମ୍ ଓ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା ରହିଛି। ଆଉ ଅଧିକ ତୀବ୍ର ହେବାର କୌଣସି ସମ୍ଭାବନା ନାହିଁ। ୧୯ ଓ ୨୦ରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଦକ୍ଷିଣ ଓଡିଶାର କିଛି ଜିଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହାସହ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ୧୯,୨୦,୨୧ ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେଡ୍ ୱାର୍ଣ୍ଣିଂ ଜାରି କରିଛି। ୧୯ ପାଇଁ ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ,ଜଗତସିଂହପୁର, କେନ୍ଦ୍ରାପଡା ଜିଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ୧୯ ତାରିଖରେ ଅବଶିଷ୍ଟ ସମସ୍ତ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପାଇଁ ମୟୁରଭଞ୍ଜ, ବାଲେଶ୍ୱରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ପାଇଁ ୧୩ ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ପାଇଁ ଆଉ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ୪ ଦିନ ଦର୍ଶନ ବନ୍ଦ। ଅତ୍ୟଧିକ ବର୍ଷା ଆଶଙ୍କାରେ ୧୯ରୁ ୨୧ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ନିକଟସ୍ଥ ଶରଧାବାଲିରେ ମଧ୍ୟ ପ୍ରବେଶ ବନ୍ଦ ରଖାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି।

Leave a Reply

Your email address will not be published. Required fields are marked *