ବାତ୍ୟା ପାଇଁ ଶୁକ୍ରବାର କଟକ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ

କଟକ ସଦର ୧୯/୧୧/୨୦୨୬(ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): ସମ୍ଭାବ୍ୟ ବାତ୍ୟା ‘ଅକୱ।ନ’ କୁ ଦୃଷ୍ଟିରେ ରଖି ଆସନ୍ତା କାଲି ୨୦ ତାରିଖ ଶୁକ୍ରବାର ଦିନ କଟକ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ଘୋଷଣା କରିଥିବା ଜଣାପଡିଛି। ହେଲେ ବିଦ୍ୟାଳୟରେ ଆବଶ୍ୟକତା ଅନୁଯାୟୀ ଆଶ୍ରୟସ୍ଥଳୀ ହେବାକୁ ଥିବାରୁ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଶିକ୍ଷାନୁଷ୍ଠାନ ମାନଙ୍କରେ ଉପସ୍ଥିତ ରହିବେ।

Leave a Reply

Your email address will not be published. Required fields are marked *