ସମ୍ବିଧାନ ଦିବସ ୨୦୨୬ ଉପଲକ୍ଷେ ସମ୍ବିଧାନ ର ପ୍ରସ୍ତାବନା ପାଠ

ଜଗତସିଂହପୁର, ୨୬/୧୧/୨୦୨୬(ଓଡ଼ିଶା ସମାଚାର) –  ସମ୍ବିଧାନ ଦିବସ ୨୦୨୬ ଉପଲକ୍ଷେ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ  ଙ୍କ ଅଧ୍ୟକ୍ଷତା ରେ ସମ୍ବିଧାନ ର ପ୍ରସ୍ତାବନା ପାଠ କରାଯାଇଛି । ଶ୍ରୀ ରାୟ ଉପସ୍ଥିତ ସମସ୍ତଙ୍କୁ ସମ୍ବିଧାନ ର ପ୍ରସ୍ତାବନା ପାଠ କରାଇଥିଲେ ।

ଏହି ସଭାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଳା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମାନସୀ ବେହେରା, କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ସମ୍ବିଧାନ ର ପ୍ରସ୍ତାବନା ପାଠ କରିଥିଲେ । ଏଥି ସହିତ ଜିଲ୍ଲା ର ସମସ୍ତ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ସମସ୍ତ ବ୍ଲକ୍, ତହସିଲ, ଦୁଇ ମ୍ୟୁନିସପାଲିଟି ରେ ମଧ୍ୟ ପ୍ରସ୍ତାବନା ପାଠ କରାଯାଇଥିଲା । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବି ଆର୍ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ । ତାଙ୍କ ସହ କାର୍ଯ୍ୟାଳୟ ର ଅନ୍ୟାନ୍ୟ କର୍ମଚାରୀ ଓ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ ।

-0-

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *