ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ନିରାକାରପୁର, ୧୯/୦୨/୨୦୨୪ (ଓଡ଼ିଶା ସମାଚାର)- ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଜଗନ୍ନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀଧର ସାହୁଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ଶିଖା ପାଠଳ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ   ମୁଖ୍ୟ  ଅତିଥି ଭାବେ   ଭୂଷଣ୍ଡପୁର  ସରପଂଚ ସୌରଭ ଦାସ ମହାପାତ୍ର, ସମ୍ମାନୀତ ଅତିଥି ଭାବେ ବାଲିପାଟପୁର ରିଫୁଜି ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ମାନସୀ କୁମାର ପରିଡ଼ା, ଭୂଷଣ୍ଡପୂର୍ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ବେହେରା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଲକ୍ଷ୍ମୀପ୍ରିୟା ବେହେରା ଓ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସପନ ସରଦାର ଓ କ୍ଲଷ୍ଟର ବିଭିନ୍ନ ବିଦ୍ୟାଳୟ ଶିକ୍ଷକ, ଶିକ୍ଷୟତ୍ରୀ ଯୋଗଦେଇ ଅବସରପ୍ରାପ୍ତ ଶିକ୍ଷକ ଲକ୍ଷ୍ମୀଧର ସାହୁଙ୍କ ବହୁବିଧ ଗୁଣ ଉପରେ ଆଲୋକପାତ କରିଥିଲେ। ଶିକ୍ଷକ ବିଧୂ ଭୁଷଣ ଦାଶ ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷକ ଯୁଧିଷ୍ଠିର ଜଗଦେବ ମାନପତ୍ର ପଠନ କରିବା ସହିତ ଧନ୍ୟବାଦ୍ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *