ଜିଲା ପ୍ରଶାସନ ପକ୍ଷରୁ ସୁକିନ୍ଦା ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଯାଜପୁର, ୧୯/୦୨/୨୦୨୪ (ଓଡ଼ିଶା ସମାଚାର)-ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚି ସେମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଊଥିବା ଜିଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ ସୁକିନ୍ଦା ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଛନ୍ତି । ଏହି ମିଳିତ ଅଭିଯୋଗ ଶôଣାଣି ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ଓ ସହଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲାପାଳ, କଳିଙ୍ଗନଗର ଶ୍ରୀ ଲେଙ୍କଶ୍ୱର ଅମାତ, ଉପଜିଲାପାଳ, ଯାଜପୁର ଶ୍ରୀ ଅଂଶୁମାନ ଶତପଥୀ, ତହସିଲଦାର, ସୁକିନ୍ଦା ଦମୟନ୍ତୀ ସାହୁ, ବି.ଡି.ଓ., ସୁକିନ୍ଦା ଶ୍ରୀ ଅଭିଷେକ ସ୍ୱାଇଁ , ସହକାରୀ ଜିଲାପାଳ, ସାଧାରଣ ଓ ବିବିଧ ଶ୍ରୀ ଅଶୋକ କୁମାର ବେହେରା ମଂଚାସୀନ ଥିବାବେଳେ ଅଧିକ୍ଷଣ ଯନ୍ତ୍ରୀ, ଜଳ ନିଷ୍କାସନ ଖଣ୍ଡ, ଯାଜପୁର ଇଂ ଦିଲିପ ନନ୍ଦନ ମହାପାତ୍ର, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ମୁଖ୍ୟ ଜିଲା କୃଷି ଅଧିକାରୀ ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ଅବକାରୀ ଅଧିକ୍ଷକ, ଯାଜପୁର ଶ୍ରୀ ଅମରେନ୍ଦ୍ର କୁମାର ଜେନା, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଶ୍ରୀ କୃତିବାସ ବାରିକ, ସହକାରୀ ନିବନ୍ଧକ, ସମବାୟ ସମିତି, ଯାଜପୁର ଶ୍ରୀ ଶରତ ଚନ୍ଦ୍ର ମଲ୍ଳ୍ିକ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ପ୍ରକଳ୍ପ ଅଧିକାରୀ, ଜିଲା ସମାଜ ମଙ୍ଗଳ ବିଭାଗ ଶ୍ରୀମତୀ ସଂଯୁକ୍ତା ଘଡାଇ, ଜିଲା ବେସାମରିକ ଯୋଗାଣ ଅଧିକାରୀ ସଲ୍ଳାଉଦ୍ଧିନ ଖାଁ ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୩୭ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୭ ଗୋଟି ବ୍ୟକ୍ତିଗତ ଏବଂ ୦୩ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୨ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୫ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଡା. ମହାପାତ୍ର ୧୮ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପ୍ରକାଶ ଥାଉ କି, ୨୬ ତାରିଖ ସୋମବାର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜିଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।

Leave a Reply

Your email address will not be published. Required fields are marked *