ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

                                     ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା

ଭୁବନେଶ୍ୱର, ୨୧/୦୨/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ  ମୁଖ୍ୟମନ୍ତ୍ରୀଙ୍କ  ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା  ଗୁଡିକର  ପୁଙ୍ଖାନୁପୁଙ୍ଖ  ଅନୁଧ୍ୟାନ  ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ  କରିବା  ପାଇଁ ନିଷ୍ପତ୍ତି ହୋଇଛି।

ଏହି ମାମଲା ଗୁଡିକ ମଧ୍ୟରେ  ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

Leave a Reply

Your email address will not be published. Required fields are marked *