ତାଙ୍କ ଉପରକୁ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କରନ୍ତୁ , ସେଥିରେ ପରବାୟ ନାହିଁ ।ଲୋକଙ୍କ ପାଖକୁ ଆସିବେ, ଲୋକଙ୍କ ସେବା କରିଚାଲିବେ – ୫-ଟି ଅଧ୍ୟକ୍ଷ

ଗଞ୍ଜାମ,୨୨/୦୨/୨୦୨୪ (ଓଡ଼ିଶା ସମାଚାର)- ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଯାଇଥିବାବେଳେ ପାଣ୍ଡିଆନଙ୍କ ଉପରକୁ ଜଣେ ବ୍ୟକ୍ତି ଟମାଟୋ ମାଡ କରିଛନ୍ତି । ତେବେ ଟମାଟୋ ମାଡ ପରେ ବି ୫-ଟି ଅଧ୍ୟକ୍ଷ ଅଟକି ନଯାଇ, ବେଲଗୁଣ୍ଠାରେ ଆୟୋଜିତ ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମରେ ଜନସଭାକୁ ଉଦବୋଧନ ଦେଇଛନ୍ତି । ସେ କହିଛନ୍ତି, ତାଙ୍କ ଉପରକୁ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କରନ୍ତୁ । ସେଥିରେ ପରବାୟ ନାହିଁ ।ଲୋକଙ୍କ ପାଖକୁ ଆସିବେ, ଲୋକଙ୍କ ସେବା କରିଚାଲିବେ । କେବଳ ଏତିକି ନୁହେଁ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ଅନେକ ଲୋକ ଆସିବେ, ମଞ୍ଚ ଉପରେ ଭାଷଣ ଦେଇ ଚାଲିଯିବେ । ଟମାଟୋ ମାରିଥିବା ବ୍ୟକ୍ତି ଜଣଙ୍କ କଂଗ୍ରେସର କର୍ମୀ ବୋଲି କୁହାଯାଉଛି । ତେବେ କଂଗ୍ରେସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନାହିଁ । ଟମାଟୋ ମାରିଥିବା ବ୍ୟକ୍ତିଙ୍କୁ ପୁଲିସ କାବୁ କରିବା ସହ ପଚରାଉଚୁରା କରୁଥିବା ଜଣାପଡିଛି ।
ଗୁରୁବାର ଅପରାହ୍ନରେ ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ହେଲିକପ୍ଟରରେ ଯାଇ ବେଲଗୁଣ୍ଠାରେ ପହଂଚିଥିଲେ। ସେଠାରୁ କାର୍ୟ୍ୟକ୍ରମ ସ୍ଥଳୀରେ ପହଂଚିବା ମାତ୍ରେ ହଠାତ ଜଣେ ଯୁବକ ଟମାଟୋ ଫିଙ୍ଗିଥିଲେ। ଉପସ୍ଥିତ ସୁରକ୍ଷା କର୍ମୀମାନେ ସଂପୃକ୍ତ ଯୁବକଙ୍କୁ କାବୁ କରି ଥାନାକୁ ନେଇଥିବା ଜଣାପଡିଛି।
ମୋ ଉପରେ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କରନ୍ତୁ। କିଛି ପରବାୟ ନାହିଁ। ମୁଁ ଲୋକଙ୍କ ପାଖକୁ ଆସିବି ଓ ଲୋକଙ୍କ ସେବା କରିଚାଲିବି ବୋଲି ଫାଇଭ-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଛନ୍ତି । ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଯାଇ ଭରପୂର ଜନସଭାରେ ଉଦବୋଧନ ଦେଇ ପାଣ୍ଡିଆନ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଅନେକ ଲୋକ ଆସିବେ, ମଞ୍ଚଉପରେ ଭାଷଣ ଦେଇ ଚାଲିଯିବେ। ମାତ୍ର ମୁଁ ସେପରି ଲୋକ ନୁହେଁ। ଲୋକଙ୍କ ସେବା କରିଚାଲିବି। ଫାଇଭ-ଟି ଅଧ୍ୟକ୍ଷ କହିଛନ୍ତି ସେ ଗତଥର ସୋରଡା ଆସିବାବେଳେ ୪୪୦ଟି ଦରଖାସ୍ତ ପାଇଥିଲେ। ସେଥିରୁ ୪୦୦ଟି ସମସ୍ୟାର ସମାଧାନ ହୋଇଛି। ଅବଶିଷ୍ଟ ଦରଖାସ୍ତ ଉପରେ ଶୀଘ୍ର କାର୍ୟ୍ୟାନୁଷ୍ଠାନ ନିଆଯିବ। ବର୍ତ୍ତମାନ ସୁଦ୍ଧା ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି ୬୦ କୋଟି ଟଙ୍କା ମଞ୍ଜୁର ହୋଇଛି। ପିପଳପଙ୍କା ଜଳପ୍ରକଳ୍ପ ଲାଗି ୧ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ବେଲଗୁଣ୍ଠା ସାଇନସ କଲେଜର ଉନ୍ନତି ଲାଗି ୨କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ସୋରଡା ଋଷିକୁଲ୍ୟା କଲେଜ ଲାଗି ୨ କୋଟି ୨୫ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ସୋରଡା ଡିଗ୍ରୀ ଓ ଜୁନିଅର କଲେଜ ଲାଗି ୧ କୋଟି ୯ ୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ବେଲଗୁଣ୍ଠା ଓ ସୋରଡାର ସବୁ କଲେଜର ରୂପାନ୍ତରଣ ଲାଗି ଟଙ୍କା ମଞ୍ଜୁର ହୋଇସାରିଛି।ବ୍ରାହ୍ମଣ ଦେବୀ ମନ୍ଦିରର ଉନ୍ନତି ଲାଗି ୧ କୋଟି ୧୦ ଲକ୍ଷ ଟଙ୍କା ଏବଂ ମା ଖୁଣ୍ଟେଶ୍ବରୀ ମନ୍ଦିର ଲାଗି ୧ କୋଟି ୯୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି ବୋଲି ସେ କହିଛନ୍ତି। ତ୍ରିପଳପଙ୍କା ଡ୍ୟାମ ଓ ସୋରଡା ଜଳଭଣ୍ଡାର ବିସ୍ଥାପିତଙ୍କ ପଟ୍ଟା ସମସ୍ୟାର ସମାଧାନ ହୋଇଛି। ୬୦-୭୦ ବର୍ଷ ଧରି ଲାଗି ରହିଥିବା ସମସ୍ୟାର ଅନ୍ତଘଟିବା ସହ ସମସ୍ତ ବିସ୍ଥାପିତ ପଟ୍ଟା ପାଇଛନ୍ତି। ବେଲଗୁଣ୍ଠାର ପିତଳ ମାଛ କାରିଗରୀକୁ ବିଶ୍ବସ୍ତରରେ ପରିଚିତ କରାଯିବ। ଏ ଦିଗରେ ସହଯୋଗ କରିବା ଲାଗି ଫାଇଭ-ଟି ଅଧ୍ୟକ୍ଷ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେ କହିଛନ୍ତି- ମନ୍ଦିର, ମସଜିଦ, ଚର୍ଚ୍ଚ ସମ୍ପର୍କରେ ୨୭ ତାରିଖ ସୁଦ୍ଧା ଖୁସି ଖବର ମିଳିବ । ଯେଉଁମାନେ ଭତ୍ତା ପାଇନାହାନ୍ତି ସେମାନଙ୍କୁ ବି ଖୁବ ଶୀଘ୍ର ଭତ୍ତା ମିଳିବ ।
ରାଜ୍ୟ ସରକାର ଗର୍ଭବତୀଙ୍କ ଉନ୍ନତି ଲାଗି ମମତା ଯୋଜନା କରିଛନ୍ତି। ଆଗରୁ ଗର୍ଭବତୀଙ୍କୁ ୫ ହଜାର ଟଙ୍କା ମିଳୁଥିବାବେଳେ ବର୍ତ୍ତମାନ ୧୦ ହଜାର ଟଙ୍କା ସେମାନେ ପାଉଛନ୍ତି। ଆଗରୁ କଳାକାର ଓ ବୁଣାକାର ଭତ୍ତା ଥିଲା ୧୨ ଶହ ଟଙ୍କା। ବର୍ତ୍ତମାନ ତାହା ୨ ହଜାର ଟଙ୍କା ହୋଇଛି। ଯୁକ୍ତ ୩ ଛାତ୍ର ଲାଗି ନୂଆ-ଓରେ ୯ ହଜାର ଟଙ୍କା ବୃତ୍ତି ମିଳିବ। ସେହିପରି ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ବୃତ୍ତି ମିଳିବ। ୭ ଦିନ ମଧ୍ୟରେ ପିଲାଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ବାପାମାଙ୍କ ଉପରେ ବୋଝ ହ୍ରାସ ଲାଗି ମୁଖ୍ୟମନ୍ତ୍ରୀଙ୍କ ଏହି ଯୋଜନା ହାତକୁ ନେଇଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମା ମାନଙ୍କୁ ୧୦ ଲକ୍ଷ, ପୁରୁଷଙ୍କୁ ୫ ଲକ୍ଷ ଟଙ୍କାର ସହାୟତା କରାଯାଉଛି। ଯୁବପିଢିଙ୍କୁ ବ୍ୟବସାୟ ଲାଗି ଲକ୍ଷେ ଟଙ୍କାଯାଏ ବିନା ସୁଧରେ ଋଣ ଯୋଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବେଲଗୁଣ୍ଠା ପ୍ରବାଦପୁରୁଷ ବିଜୁବାବୁ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମମାଟି ବୋଲି ପାଣ୍ଡିଆନ କହିଥିଲେ ।

Leave a Reply

Your email address will not be published. Required fields are marked *