ଜିଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା

ରାୟଗଡ଼ା, ୨୫/୦୨/୨୦୨୪ (ଓଡ଼ିଶା ସମାଚାର)- ଜିଲା ଆଇନ ସେବା ପ୍ରାଧିକରଣ, ରାୟଗଡା ପକ୍ଷରୁ ସ୍ଥାନୀୟ କୋତାପେଟା ପଂଚାୟତ ପରିସରରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ଓ ଜିଲା ଆଇନ ସେବା ପ୍ରାଧିକରଣ ର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଡକ ସୁରକ୍ଷା, ମୋଟରଯାନ ଆଇନ୍ ( Motor Vehicle Act), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ସକାଶେ ଗଠିତ ଟ୍ରିବ୍ୟୁନାଲ, ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତ ର କାର୍ଯ୍ୟକ୍ରମ ଓ ପ୍ରବାସୀ ଶ୍ରମିକ ମାନଙ୍କର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା ହୋଇଥିଲା ଓ ଅନ୍ୟମାନଙ୍କ ମଧ୍ୟରେ ରାୟଗଡା ଜିଲାର ଅତିରିକ୍ତ ଶ୍ରମ ଅଧିକାରୀ ଗୋପାଲ କ୍ରୀଷ୍ନା  ଶଙ୍କର ଚୋଧୁରୀ୍, ରାୟଗଡା ବାର ଅସୋସିଏସନ ର ଆଇନଜୀବି ରାମ ପ୍ରସାଦ ପାତ୍ର, ସୀତାରାମ ପଣ୍ଡା, ଜିଲା ଆଇନ ସେବା ପ୍ରାଧିକରଣର ଫ୍ରନ୍ଟ ଅଫିସ ରିଟେନର କିଶୋର ସାହୁ, କୋତାପେଟା ପଂଚାୟତର ସରପଂଚ, ପି.ଇ.ଓ, ଜି.ଆର.ଏସ୍ ପ୍ରମୁଖ ଏହି କାର୍ଯକ୍ରମରେ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥି ମାନେ ସଡକ ସୁରକ୍ଷା, ମୋଟରଯାନ ଆଇନ୍ ( Motor Vehicle Act) କୁ ନେଇ ପୁଙ୍ଖାନୁ ପୁଙ୍ଖ ଭାବେ ଆଲୋଚନା କରିବା ସେଙ୍ଗସେଙ୍ଗ କ୍ଷତିଗ୍ରସ୍ତଙ୍କ ନିକଟରେ ମଟର ଦୁଘଟଣା ଜନିତ କ୍ଷତି ୂରଣ, ରାଶି ଯଥା ସମୟରେ ପହଂଚାଇବା ପାଇଁ ମାନ୍ୟବର ହାଇକୋର୍ଟ ଯେଉଁ ନିର୍ଦ୍ଧେଶନାମା ଜାରି କରିଛନ୍ତି ସେ ସଂପର୍କରେ ଆଲୋଚନା କରିଥିଲେ ଓ ପରିଶେଷରେ ଜିଲା ଆଇନ ସେବା ପ୍ରାଧିକରଣ ର ସଚିବ ଶ୍ରୀମତି ନିବେଦିତା ପଣ୍ଡା ନିଜର ବକ୍ତବ୍ୟରେ ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତ ର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ ଓ ସର୍ବୋପରି ଏହି କାର୍ଯ୍ୟକ୍ରମରେ କୋତାପେଟା ଗ୍ରାମର ଗ୍ରାମବାସୀ ମାନଙ୍କର ଉପସ୍ଥିତି ଏବଂ ଜିଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡା ଙ୍କର ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି ।

Leave a Reply

Your email address will not be published. Required fields are marked *