ଭୁବନେଶ୍ୱର,୨୫/୦୨/୨୦୨୪(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା କରିଥିଲେ। ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି। ବୀରମହାରାଜପୁରକୁ ଏନ୍ଏସି ମାନ୍ୟତା ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ଲହରି ଖେଳି ଯାଇଛି।
ବୀରମହାରାଜାପୁରକୁ ଏନ୍ଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
